ପରଲୋକରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

ଅସ୍ତ ହୋଇଗଲେ ସୂର୍ଯ୍ୟ

ପରପାରିରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଆଜି ସନ୍ଧ୍ୟା 7.30 ମିନିଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି । ସେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରୁ ବିଧାୟକ ଥିଲେ । ତେବେ ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ନିର୍ବାଚନମଣ୍ଡଳୀ ସହ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି ।