୮ ତାରିଖରେ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକିଲା ଇଣ୍ଡିଆ ବ୍ଲକ୍
ଇଣ୍ଡିଆ ବ୍ଲକ୍ ପକ୍ଷରୁ ଆସନ୍ତା ୮ ତାରିଖରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯିବ ବୋଲି ଘୋଷଣା କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ଇଣ୍ଡିଆ ବ୍ଲକ୍ । ବନ୍ଦ ସମୟରେ ରେଳ, ବସ୍ ଓ ଅନ୍ୟାନ୍ୟ ସରକାରୀ ବେସରକାରୀ ଯାନବାହନ ଚଳାଚଳ ବନ୍ଦ କରିବାକୁ ଆହ୍ୱାନ ଦିଆଯାଇଛି । ତେବେ ହସ୍ପିଟାଲ, ଆମ୍ବୁଲାନ୍ସ, ମେଡିକାଲ ଷ୍ଟୋର ସମେତ ସମସ୍ତ ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ ଦିଆଯିବ । ଏହାସହ ଅଷ୍ଟମ ଓ ନବମ ଶ୍ରେଣୀର ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ କୌଣସି ଅସୁବିଧା ନହୁଏ ଧ୍ୟାନ ଦିଆଯିବ ।
