ଆଜିଠୁ ଦେବୀ ପକ୍ଷର ଆରମ୍ଭ

ଆଜି ପବିତ୍ର ମହାଳୟା ଅମାବାସ୍ୟା, ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ

ଆଜି ପବିତ୍ର ମହାଳୟା । ୧୫ ଦିନ ଧରି ଚାଲିଥିବା ପିତୃପକ୍ଷର ଆଜି ଶେଷ ଦିନ । ଆଜି ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ପିଣ୍ଡଦାନ କରିବାର ପରମ୍ପରା ରହିଛି । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଆରମ୍ଭ ହୋଇଥିବା ଏହି ପିତୃପକ୍ଷରେ ପିତୃ ପୁରୁଷମାନେ ମର୍ତ୍ତମଣ୍ଡଳକୁ ଆସିଥାନ୍ତି ବୋଲି ବିଶ୍ୱାସ ରହିଛି ।ପିତୃପକ୍ଷର ପ୍ରତ୍ୟେକ ତିଥିରେ ଶ୍ରାଦ୍ଧ ଦିଆଯାଉଥିଲେ ମଧ୍ୟ ମହାଳୟାରେ ଶ୍ରାଦ୍ଧ ଓ ପିଣ୍ଡଦାନ କରିବାର ବିଶେଷ ମହତ୍ତ୍ୱ ରହିଛି । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ । ଯେଉଁ ତିଥିରେ ଯାହାଙ୍କର ପିତା ମାତା ମୃତ୍ୟୁବରଣ କରିଥାନ୍ତି ସେହି ତିଥିରେ ଶ୍ରାଦ୍ଧ କରିବାର ପରମ୍ପରା ରହିଛି । ପ୍ରତ୍ୟେକ ଗୃହସ୍ଥ ନିଜର ପିତୃପିତାମହଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥାନ୍ତି । ପିତୃପକ୍ଷରେ ବିଶେଷକରି ପିତା, ପିତାମହ, ପ୍ରପିତାମହ, ମାତା, ପିତାମୟି, ପ୍ରପିତାମୟି, ମାତାମହ, ପ୍ରମାତାମହ, ବୃଦ୍ଧ ପ୍ରମାତାମହ ଆଦିଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରାଯିବାର ବିଧି ରହିଛି ।ଆଜିର ଏହି ପବିତ୍ର ଦିନଟି ଦେବୀ ପକ୍ଷର ଆରମ୍ଭକୁ ସୂଚାଇଥାଏ ଏବଂ ମା’ ଦୁର୍ଗାଙ୍କ ଆଗମନ କୁହାଯାଏ । ଏପଟେ ସକାଳୁ ସକାଳୁ ହଜାର ହଜାର ଶ୍ରଦ୍ଧାଳୁ ମହାଳୟା ଅବସରରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିଛନ୍ତି । ଏହାସହିତ ମହିଷାସୁର ମର୍ଦ୍ଦିନୀ ସ୍ତୋତ୍ର ପାଠ ସହ ମା’ଙ୍କୁ ଆବାହନ କରାଯାଇଛି ।

Leave a Reply

Your email address will not be published. Required fields are marked *