ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

କୋଟିଆ ବିବାଦରେ ନବୀନଙ୍କୁ ମୋହନଙ୍କ ଚିଠି

କୋଟିଆ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତିରେ ପୁଣି ଚର୍ଚ୍ଚା ଜୋର ଧରିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କୋଟିଆର ସମାଧାନ ପାଇଁ ଯଦି ନବୀନଙ୍କ ପାଖରେ କୌଣସି ଗଠନମୂଳକ ପରାମର୍ଶ ଅଛି, ତେବେ ତାହା ଦେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏଥିସହ ଓଡ଼ିଶାର ଆଞ୍ଚଳିକ ଅଖଣ୍ଡତା ରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ବୋଲି ସ୍ପଷ୍ଟ କରିଛନ୍ତି।ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ୧୯୩୬ ମସିହାରେ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ଗଠନ ହେବା ପରଠାରୁ କୋଟିଆ ଗ୍ରାମପୁଞ୍ଜ ଓଡ଼ିଶାର ଅବିଚ୍ଛେଦ୍ୟ ଅଂଶ ହୋଇ ରହିଛି। ରାଜ୍ୟର ଆଞ୍ଚଳିକ ଅଖଣ୍ଡତା ଏବଂ ସ୍ୱାର୍ଥର ସୁରକ୍ଷା ପାଇଁ ସରକାର ଦୃଢ଼ ପ୍ରତିବଦ୍ଧ।

ତେବେ ନବୀନଙ୍କ ଚିଠିର ବିଷୟବସ୍ତୁ ଏହି ସମ୍ବେଦନଶୀଳ ପ୍ରସଙ୍ଗର ଗଠନମୂଳକ ଓ ଆଇନଗତ ସମାଧାନ ଅପେକ୍ଷା ରାଜନୈତିକ ଦୃଷ୍ଟିକୋଣକୁ ଅଧିକ ଗୁରୁତ୍ୱ ଦେଉଥିବା ପରି ମନେ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ମତ ରଖିଛନ୍ତି।

Leave a Reply

Your email address will not be published. Required fields are marked *