୫ ବିଜେଡି ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ
ରାଜ୍ୟସଭା କ୍ରସ୍ ଭୋଟିଂ ବିବାଦରେ ନୂଆ ମୋଡ଼, ୫ ବିଜେଡି ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ । ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ କରିଥିବା ଅଭିଯୋଗରେ ବିଜେଡିର ୫ ବିଧାୟକଙ୍କ ପାଇଁ ବଢ଼ିଲା ଆଇନଗତ ଅଡ଼ୁଆ। ବିଧାୟକଙ୍କ ସଭ୍ୟପଦ ରଦ୍ଦ ସଂକ୍ରାନ୍ତ ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ୫ ଜଣଙ୍କୁ ନୋଟିସ ଜାରି କରିଛନ୍ତି । ଅରବିନ୍ଦ ମହାପାତ୍ର, ସନାତନ ମହାକୁଡ଼, ଚକ୍ରମଣି କହଁର, ସୌଭିକ ବିଶ୍ୱାଳ ଓ ସୁବାସିନୀ ଜେନାଙ୍କୁ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଜଷ୍ଟିସ ମୃଗାଙ୍କ ଶେଖର ସାହୁଙ୍କ ଖଣ୍ଡପୀଠରେ ଏହି ମାମଲାର ଶୁଣାଣି ହୋଇଛି ।
