ଜେଲ୍ ଗଲେ ବିଦ୍ୟାଭାରତୀ

ACF ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଜେଲ୍ ଗଲେ ବିଦ୍ୟାଭାରତୀ

ବହୁଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆସିଛି ନୂଆ ମୋଡ଼। ଜେଲ୍ ଗଲେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା। ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହେବା ପରେ ସେ ପାରଳାଖେମୁଣ୍ଡି SDJM କୋର୍ଟରେ ଆତ୍ମସମର୍ପଣ କରିଥିଲେ। ଏହାପରେ ତାଙ୍କର ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ପାରଳାଖେମୁଣ୍ଡି ସବ୍‌ଜେଲ୍‌ ପଠାଯାଇଛି।ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦୀର୍ଘ ଦିନ ଧରି ରାଜ୍ୟରେ ଚର୍ଚ୍ଚାରେ ରହିଛି। ଏହି ମାମଲାରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନକୁ ଗତ ୩୧ ତାରିଖରେ ହାଇକୋର୍ଟ ଖାରଜ କରିଥିଲେ। ଏହାପରେ ଆଜି ସେ ପାରଳାଖେମୁଣ୍ଡି SDJM କୋର୍ଟରେ ଆତ୍ମସମର୍ପଣ କରିଥିଲେ। ଜାମିନ ନମିଳିବାରୁ ତାଙ୍କୁ ଜେଲ୍‌ ଯିବାକୁ ପଡ଼ିଛି।

Leave a Reply

Your email address will not be published. Required fields are marked *