ଓଡ଼ିଶାର ୭ ବିଶ୍ୱବିଦ୍ୟାଳୟର NAAC ମାନ୍ୟତା ନାହିଁ
ରାଜ୍ୟର ୭ଟି ବିଶ୍ୱବିଦ୍ୟାଳୟର NAAC ମାନ୍ୟତା ନବୀକରଣ ହୋଇନାହିଁ । ଏହାକୁ ନେଇ ଚିନ୍ତା ପ୍ରକାଶ କରିଛି ଉଚ୍ଚଶିକ୍ଷା ବିଭାଗ। ମାନ୍ୟତା ନବୀକରଣ ପାଇଁ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଚିଠି ଲେଖାଯାଇଛି । ଏହି ତାଲିକାରେ ରହିଛି ଓଡ଼ିଆ ବିଶ୍ୱବିଦ୍ୟାଳୟ, ମାଆ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ବିକ୍ରମ ଦେବ ବିଶ୍ୱବିଦ୍ୟାଳୟ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ଧରଣୀଧର ବିଶ୍ୱବିଦ୍ୟାଳୟ, ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଏବଂ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟଏହି ବିଶ୍ୱବିଦ୍ୟାଳୟଗୁଡ଼ିକ ଯଥାଶୀଘ୍ର NAAC ମାନ୍ୟତା ନବୀକରଣ କରିବାକୁ କୁହାଯାଇଛି । ଏହି ପ୍ରକ୍ରିୟାରେ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ । ଏଥିସହ UGC ସହ ମଧ୍ୟ ଯୋଗାଯୋଗରେ ରହିଛି ଉଚ୍ଚଶିକ୍ଷା ବିଭାଗ ।
