୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା!
୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବଙ୍ଗୋପସାଗର ରେ ବାତ୍ୟା ସମ୍ଭାବନା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତାକାଲି ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ ହେବା ସମ୍ଭାବନା, ୧୫ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।ବଙ୍ଗୋପସାଗରରେ ପୁଣି ଏକ ନୂଆ ପାଣିପାଗ ବ୍ୟବସ୍ଥା ଘନୀଭୂତ ହେବାକୁ ଯାଉଛି । ତେବେ ସବୁଠାରୁ ବଡ଼ ପ୍ରଶ୍ନ, ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ? ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ରାଜ୍ୟରେ ଆସନ୍ତା କିଛି ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ । ନଭେମ୍ବର ୧୯ ସକାଳ ପର୍ଯ୍ୟନ୍ତ ଓଡ଼ିଶାରେ ବଡ଼ ଧରଣର ବର୍ଷା ସମ୍ଭାବନା ଦର୍ଶାଯାଇନାହିଁ । ଲଘୁଚାପ ଘନୀଭୂତ ହେଲେ ମଧ୍ୟ ରାଜ୍ୟ ଉପରେ ତତ୍କାଳ କୌଣସି ବଡ଼ ପ୍ରଭାବ ଆଶଙ୍କା କରାଯାଉନାହିଁ ।
