ବଢ଼ିଲା ଦରମା ଓ ଅବସରକାଳୀନ ସହାୟତା ରାଶି
ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ପାଇଁ ବଡ଼ ଘୋଷଣା। ବଢ଼ିଲା ଦରମା ଓ ଅବସରକାଳୀନ ସହାୟତା ରାଶି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଧାନସଭାରେ ଏହି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ନୂଆ ଘୋଷଣା ଅନୁସାରେ, ଅଙ୍ଗନବାଡ଼ି କର୍ମୀଙ୍କ ମାସିକ ଦରମା ୧୦ ହଜାର ଟଙ୍କାରୁ ବଢ଼ି ୧୨ ହଜାର ଟଙ୍କା ହୋଇଛି। ସେହିପରି ଅଙ୍ଗନବାଡ଼ି ସହାୟିକାଙ୍କ ଦରମା ୫ ହଜାରରୁ ବୃଦ୍ଧି ପାଇ ୬ ହଜାର ଟଙ୍କା ହୋଇଛି।କେବଳ ଦରମା ନୁହେଁ, ମୃତ୍ୟୁକାଳୀନ ଓ ଅବସରକାଳୀନ ସହାୟତା ରାଶି ମଧ୍ୟ ବୃଦ୍ଧି କରାଯାଇଛି। ମୃତ୍ୟୁକାଳୀନ ସହାୟତା ରାଶି ୨ ଲକ୍ଷରୁ ୪ ଲକ୍ଷ ଟଙ୍କାକୁ ବଢ଼ିଛି। ଅଙ୍ଗନବାଡ଼ି କର୍ମୀଙ୍କ ଅବସରକାଳୀନ ସହାୟତା ୧ ଲକ୍ଷରୁ ୩ ଲକ୍ଷ ଟଙ୍କା ହୋଇଥିବାବେଳେ ସହାୟିକାଙ୍କ କ୍ଷେତ୍ରରେ ଏହା ୫୦ ହଜାରରୁ ବଢ଼ି ଦେଢ଼ ଲକ୍ଷ ଟଙ୍କା ହୋଇଛି।ଏହି ଘୋଷଣା ସହ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ଅନୁରୋଧ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
