ନିଯୁକ୍ତି ପାଇବେ ୨୦ହଜାର ଶିକ୍ଷକ

୨୦ହଜାର ପ୍ରାଥମିକ ଶିକ୍ଷକ ପାଇଁ ବିଜ୍ଞପ୍ତି ପ୍ରକାଶ, ୧୩ରୁ ଆବେଦନ

ନିଯୁକ୍ତି ପାଇବେ ୨୦ହଜାର ଶିକ୍ଷକ । ଏନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ osepa.odisha.gov.in ୱେବସାଇଟ୍‌ରେ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ । ଆବେଦନର ଶେଷ ସମୟ ଆସନ୍ତା ଅକ୍ଟୋବର ୧୦ ତାରିଖ । କିଛି ବର୍ଷ ବ୍ୟବଧାନରେ ବ୍ୟାପକ ସଂଖାରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ।

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକ (ସିମାଟିକ୍‌)ଙ୍କୁ ନିଯୁକ୍ତି ଦିଆଯିବ । osepa.odisha.gov.in ୱେବସାଇଟ୍‌ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍‌, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି । ଏହା ବ୍ୟତୀତ ଅନ୍ୟକୌଣସି ମାଧ୍ୟମରେ ଆବେଦନକୁ ସ୍ୱୀକାର କରାଯିବ ନାହିଁ । ଆଶାୟୀମାନେ ଉପଯୁକ୍ତ ଇମେଲ୍ ଆଇଡି ଏବଂ ମୋବାଇଲ୍ ନମ୍ବର ଦେଇ ନିଜ ନାମ ପଞ୍ଜୀକରଣ କରିବେ । ଏହା ପରେ ଆବଶ୍ୟକ ତଥ୍ୟ ଅପଲୋଡ୍ କରି ଆବେଦନ କରିବେ । ତେବେ ଆସନ୍ତା ୧୩ତାରିଖରୁ ହିଁ ଛାତ୍ରଛାତ୍ରୀ ମାନେ ଆବେଦନ କରିପାରିବେ ।