ଭେଟିଦେଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ ଆହାର ସୋସାଇଟିକୁ ୨୦କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ଏକ ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ । ସହର ମାନଙ୍କରେ ହସ୍ପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ବାରା ମାତ୍ର ୫ଟଙ୍କାରେ ସୁଷମ ଓ ସ୍ଵାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି
Related Posts
ଭରତପୁର ଘଟଣା: ନିଜ ଆଡୁ ମାମଲା ରୁଜୁ କଲେ ହାଇକୋର୍ଟ
- User 003
- September 23, 2024
- 0
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଅୟୋଜିତ ହେବ ପ୍ରବାସୀ ଭାରତୀୟ ଦିବସ
- User 003
- December 22, 2024
- 0
ବିଜେପି ଫୋକସରେ ଓଡ଼ିଶା।
- User 003
- April 26, 2024
- 0