୮ଜିଲ୍ଲାକୁ ରେଡ ୱାର୍ଣ୍ଣିଂ !
ରାଜ୍ୟରେ ବଦଳିବାରେ ଲାଗିଛି ପାଣିପାଗ । ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଏବେ ଲଘୁଚାପରେ ପରିଣତ ହୋଇଛି । ଯାହା ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୨୨ ଜିଲ୍ଲାକୁ ସତର୍କତା ଜାରି ହୋଇଥିବାବେଳେ ୮ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ଉତ୍ତର ବଙ୍ଗୋପସାଗରର ମଧ୍ୟଭାଗରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ୨୪ ଘଣ୍ଟାରେ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ ।
ତେବେ ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ ବୋଲି ପାଣିପାଗ ବିଭାଗ ସୂଚନା ରଖିଛି ।ଏହା ସହ ୧୨ ଜିଲ୍ଲାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଏବଂ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଆଗକୁ ସିରିଜ ଲଘୁଚାପ ଥିବା ପାଣିପାଗ ବିଭାଗ କହୁଥିବା ବେଳେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଶଙ୍କା କରାଯାଉଛି ।