ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ । ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା । ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଟ୍ୱିନ୍ ସିଟି ପାଇଁ ମଧ୍ୟ ଆଲର୍ଟ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଆଗକୁ ବଢ଼ିବ ବର୍ଷାର ପରିମାଣ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ଅଗ୍ରସର ହେଉଥିବା ବେଳେ, ଏହା ଅନୁକୂଳ ପରିସ୍ଥିତି ସୃଷ୍ଟି କରିବ ବୋଲି କହିଛି ପାଣିପାଗ କେନ୍ଦ୍ର ।
Related Posts
ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ମୃତଦେହ ଚିହ୍ନଟ ଦ୍ୱନ୍ଦ୍ୱ
- User 003
- January 5, 2024
- 0
ମମତାଙ୍କ ସ୍ଥାନରେ କିଏ ଯିବେ ରାଜ୍ୟସଭା ?
- User 003
- August 3, 2024
- 0
ଚେସ୍ ଚାମ୍ପିୟନ୍ ଡି ଗୁକେଶଙ୍କ ପାଇଁ ଦୁଇ ମୁଖ୍ୟମନ୍ତ୍ରୀ ମୁହାଁମୁହିଁ
- User 003
- December 13, 2024
- 0