୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା

ମଙ୍ଗଳବାର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି । ଛପୁରରେ ୩୪.୪ ମିମି, ପୁରୀରେ ୨୧ ମିମି, ଭଦ୍ରକରେ ୧୪.୫ ମିମି ଲେଖାଏ ବର୍ଷା ରେକର୍ଡ ହୋଇଛି। ବୁଧବାର ଓ ଗୁରୁବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ରାଜ୍ୟର କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ବରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ଅନେକାଂଶରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ଏହି ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।