ରାଉରକେଲାରୁ ପୁରୀକୁ ଚାଲିଲା ନୂଆ ଏକ୍ସପ୍ରେସ୍

ଓଡ଼ିଶାରେ ଗଡ଼ିଲା ଦ୍ବିତୀୟ ବନ୍ଦେ ଭାରତ

ଓଡିଶାରେ ଗଡିଲା ଦ୍ବିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ରେଳ ଷ୍ଟେସନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏହାକୁ ଉଦଘାଟନ କରିଛନ୍ତି । ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଯୋଡ଼ି ହୋଇଥିଲେ । ଭୁବନେଶ୍ୱର ରେଳ ଷ୍ଟେସନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବିଧାୟକ ସୁରେଶ ରାଉତରାୟ, ଅନନ୍ତ ନାରାୟଣ ଜେନା, ରାଜ୍ୟସଭା ସାଂସଦ ସୁଲତା ଦେଓ ପ୍ରମୁଖ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।