ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କରମଣ୍ଡଳ ଦୁର୍ଘଟଣାରେ ବଢୁଛି ମୃତ୍ୟୁସଂଖ୍ୟା

ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣା ସ୍ଥଳରେ ପହଞ୍ଚି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ବାଲେଶ୍ବର ମେଡିକାଲରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି । ଏହାସହ ସେଠାରେ ଥିବା ଆହତଙ୍କୁ ମଧ୍ୟ ଭେଟିଛନ୍ତି । ସେଠାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଆସି ସ୍ଥିତି ସମୀକ୍ଷା କରିବେ । ଏବେ ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ସହ ଆହତଙ୍କୁ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଉଛି । ଏହାସହ ମୃତକ ଓ ଆହତଙ୍କ ପରିବାର ସହ ଯୋଗାଯୋଗ ସ୍ଥାପନ କରାଯିବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି ସେଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିସାରିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।