ଆଗକୁ ଆହୁରି ବର୍ଷିବ !

ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ !

ରାଜ୍ୟରେ ଜାରି ରହିଛି ଲଘୁଚାପ ପ୍ରଭାବ । ଫଳରେ ଉପକୂଳରୁ ଉପାନ୍ତ ସବୁଠି ବର୍ଷା ହେଉଥିବା ଦେଖିବାକୁ ମିଳିଛି । ତେବେ ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ ଲଘୁଚାପ । ଆଜି ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର-ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି । ଫଳରେ ଆଗାମୀ ଦୁଇଦିନ ଯାଏଁ ବର୍ଷାରେ ଭିଜିବ ସାରା ଓଡ଼ିଶା । ଲଘୁଚାପ ପ୍ରଭାବରେ ଆଜି ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଉଛଣା ରହିଛି । ଏଥିପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ସେହିଭଳି ପ୍ରବଳ ବର୍ଷା ନେଇ ଉତ୍ତର-ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର ୧୩ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ । ୪ ତାରିଖରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଉତ୍ତର ଓଡିଶାରେ ପ୍ରଚଣ୍ଡ ବିଜୁଳି ଘଡ଼ଘଡ଼ି ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ତେବେ ସେପଟେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହିରାକୁଦରେ ମଧ୍ୟ ବନ୍ୟା ଜଳ ନିଷ୍କାସନ ହେଉଥିବା ଦେଖିବାକୁ ମିଳିଛି।