ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କାର ପୁରସ୍କାର

ସୁନା ପୁଅ ଅମିତଙ୍କୁ ମିଳିବ ଦେଢ କୋଟିର ପୁରସ୍କାର

ଭାରତୀୟ ହକି ଟିମ୍‌ର ସୁନା ପୁଅ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି ।  ଅମିତଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜାତୀୟ ଉପକନିଷ୍ଠ ପ୍ରତିଯୋଗିତାରେ ଚମତ୍କାର ପ୍ରଦର୍ଶନ ପରେ ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରା ଅଞ୍ଚଳର ଅମିତ ସମସ୍ତଙ୍କ ନଜରକୁ ଆସିଥିଲେ । ୨୦୦୯ରେ ଉପକନିଷ୍ଠ ଏସିଆ କପ୍‌ରେ ଭାଗନେବା ସହ ୨୦୧୨ରେ ଏସିଆନ ଚାମ୍ପିଅନସିପ୍‌ରେ ଭାରତୀୟ ଦଳରେ ସାମିଲ ହୋଇଥିଲେ । ୨୦୧୨ରେ ଲଣ୍ଡନ  ଆଲିମ୍ପିକ ପାଇଁ କ୍ୟାମ୍ପରେ ସାମିଲ ହୋଇଥିଲେ ମଧ୍ୟ ଚୂଡ଼ାନ୍ତ ତାଲିକାରେ ସ୍ଥାନ ସୁରକ୍ଷିତ କରିପାରି ନଥିଲେ । ପରବର୍ତ୍ତୀ ସମୟରେ ଏକାଧିକ ପ୍ରତିଯୋଗିତା; ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା, ୨୮ତମ ସୁଲତାନ ଆଜଲାନ ଶାହ କପ୍‌, ୨୦୧୮ ଚାମ୍ପିଅନ୍ସ ଟ୍ରଫି, ୨୦୧୬-୧୭ ହକି ୱାର୍ଲ୍ଡ ଲିଗ୍‌, ଏସିଆ କପ୍‌ ବିଜୟୀ ଦଳର ସଦସ୍ୟ ଥିଲେ । ୨୦୨୧ରେ ମଧ୍ୟ ଅର୍ଜୁନ ପୁରସ୍କାର ପାଇଥିଲେ ।