୧ ଲକ୍ଷ ଟଙ୍କାକୁ ବଢିଲା ବୁଣାକାରଙ୍କ ପାଇଁ ସୁଧ ମୁକ୍ତ ଋଣ
ଓଡ଼ିଶାର ହସ୍ତତନ୍ତ ଏକ ଗୁରୁତ୍ୱପୂର୍ଣ୍ଣ କୁଟୀର ଶିଳ୍ପ । ଏଥିସହ ଏହା ଲକ୍ଷ ଲକ୍ଷ ଲୋକଙ୍କର ଜୀବିକାର ମାଧ୍ୟମ ମଧ୍ୟ । ନିଖୁଣ ଏବଂ ସୁନ୍ଦର ରୁପରେଖ ପାଇଁ ଓଡ଼ିଶାର ହସ୍ତତନ୍ତ ଦେଶ ବିଦେଶରେ ଏଜ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିସାରିଛି । ରାଜ୍ୟରେ ବୁଣାକାର ମାନଙ୍କ ସାମାଜିକ-ଅର୍ଥନୈତିକ ସଶକ୍ତିକରଣକୁ ସୁଗମ କରିବା ସହିତ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ୍ର ଐତିହ୍ୟକୁ ସଂରକ୍ଷିତ ରଖିବା ପାଇଁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ବିଭିନ୍ନ ବିକାଶମୂଳକ ଏବଂ କଲ୍ୟାଣମୂଳକ ଯୋଜନା କାର୍ଯ୍ୟକ୍ରମ କରାଯାଇଛି । ତେଣେ ରାଜ୍ୟ ସରକାର ବୁଣାକାରମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର । ରାଜ୍ୟରେ ୬୬, ୧୪୧ ବୁଣାକାର ପରିବାର ରହିଛନ୍ତି । ୧ ଲକ୍ଷ ୨୪ ହଜାର ୮୪ ଜଣ ବୁଣାକାର ଅଛନ୍ତି ସେହିପରି ୫୬ ହଜାର ୫୬୯ ସଂଖ୍ୟକ ତନ୍ତ ରହିଛି । ଆଗରୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ସୁଧ ମୁକ୍ତ ଋଣ ଦିଆଯାଉଥିଲା । ଏବେ ଏହାକୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୧ ଲକ୍ଷ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି । ବୁଣାକାର ମାନଙ୍କ ରୋଜଗାର ସୁନିଶ୍ଚିତ କରିବା, ଅର୍ଥନୈତିକ ଅବସ୍ତାକୁ ସୁଦୃଢ କରିବା ଓ ସୁରକ୍ଷିତ କରିବା ଏହି ଯୋଜନା ଗୁଡ଼ିକର ଲକ୍ଷ୍ୟ ଓ ଉଦ୍ଦେଶ୍ୟ । ଏହି ପ୍ରୟାସ ଏବଂ ହସ୍ତକ୍ଷେପ ଫଳରେ ରାଜ୍ୟରେ ହସ୍ତତନ୍ତ କ୍ଷେତ୍ରରେ ଅଭିବୃଦ୍ଧି ହେବ ।
