ଆଜି ପବିତ୍ର ମହାଳୟା !

ପିତୃପୁରୁଷଙ୍କ ମୋକ୍ଷ ପ୍ରଦାନ ନେମନ୍ତେ ଚାଲିଛି ପିଣ୍ଡଦାନ !

ଆଜି ପବିତ୍ର ମହାଳୟା ତଥା ପିତୃପକ୍ଷର ଶେଷ ଦିନ । ଏହି ଅବସରରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ପୁରୀରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ଶାସ୍ତ୍ର ଅନୁଯାୟୀ ଆଶ୍ବୀନ କୃଷ୍ଣ ପ୍ରତିପଦା ଠାରୁ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ତିଳତର୍ପଣ ଦିଆଯାଇଥିବା ବେଳେ ଆଜି ମହାଳୟାରେ ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ ଓ ପିଣ୍ଡଦାନ କରାଯାଇଥାଏ । ବିଶ୍ବାସ ରହିଛି ପିଣ୍ଡଦାନ କଲେ ପରଲୋକଗତ ଆତ୍ମାର ସଦଗତି ପ୍ରାପ୍ତି ହୋଇଥାଏ । ଏହି ପରିପ୍ରେକ୍ଷୀରେ ପବିତ୍ର ସ୍ଥାନଗୁଡ଼ିକରେ ଶ୍ରଦ୍ଧାଳୁମାନେ ପିଣ୍ଡଦାନ କରୁଛନ୍ତି। ଆଜି ଶ୍ରୀମନ୍ଦିର ଉତ୍ତରଦ୍ୱାର ନିକଟ ଓ ମହୋଦଧି, ନରେନ୍ଦ୍ର, ଶ୍ୱେତଗଙ୍ଗା, ଇନ୍ଦ୍ରଦ୍ୟୁମ୍ନ, ମାର୍କଣ୍ଡେୟ ଆଦି ତୀର୍ଥ ପୁଷ୍କରିଣୀ ମାନଙ୍କରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ଶ୍ରାଦ୍ଧ ପ୍ରଦାନ କରାଯାଇଥିବା ଦେଖିବାକୁ ମିଳିଛି ।