ଆଉ ନାହାନ୍ତି ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟ

୭୩ ବର୍ଷ ବୟସରେ ଆଖି ବୁଝିଲେ ପିପିଲିର ଟାଣୁଆ ନେତା ଯୁଧିଷ୍ଠିର ସାମନ୍ତରାୟ

ଆରପାରିରେ ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟ । ୭୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଯୁଧିଷ୍ଠିର । ତେବେ ସୂଚନା ଅନୁସାରେ ଗତ କିଛି ମାସ ହେବ ଅସୁସ୍ଥ ଥିଲେ ଯୁଧିଷ୍ଠିର। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ୧୯୯୫ ରୁ ୨୦୦୦ ମସିହା ପର୍ଯ୍ୟନ୍ତ ପିପିଲି ବିଧାୟକ ଥିଲେ ଯୁଧିଷ୍ଠିର ସାମନ୍ତରାୟ। ଏହାପରେ ଯୁଧିଷ୍ଠିର ଲଗାତାର ୨୦୧୪ ପର୍ଯ୍ୟନ୍ତ ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ। ସେହିପରି ୧୯୮୪ ରୁ ୧୯୯୦ ମସିହା ପର୍ଯ୍ୟନ୍ତ ସେ ପିପିଲି ବ୍ଲକ ଚେୟାରମ୍ୟାନ ଥିଲେ। ଯୁଧିଷ୍ଠିରଙ୍କ ବିୟୋଗରେ କଂଗ୍ରେସ ଜଣେ ଟାଣୁଆ ସଙ୍ଗଠକଙ୍କୁ ହରାଇଛି। ଯୁଦ୍ଧିଷ୍ଠିରଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।