ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

୨୪ରୁ ଉପକୂଳରେ ବର୍ଷିବ !

ଧୀରେ ଧୀରେ ବଦଳୁଛି ରାଜ୍ୟ ପାଣିପାଗ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଘନୀଭୂତ ହେଉଛି ।ପ୍ରାୟ ୨୪ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ନେଇ ଆକଳନ କରାଯାଉଛି ସୃଷ୍ଟି ହେବା ସମ୍ଭାବନା ରହିଛି । ୨୩ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

୨୪ ତାରିଖରେ ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଞ୍ଜାମ ଏବଂ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୫ ତାରିଖରେ ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ରେ ହାଲୁକା ବର୍ଷା ଓ ୨୫ରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ୨୦ରୁ ୨୩ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ପାଣିପାଗକେନ୍ଦ୍ର ପକ୍ଷରୁ କୁହାଯାଇଛି।