ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ

ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନର ଶିଳାନ୍ୟାସ । ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଧ୍ୟାତ୍ମିକ ପରିବେଶରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ଶିଳାନ୍ୟାସ ପରେ ଯଜ୍ଞ ପୂର୍ଣ୍ଣାହୁତିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ । ଏହି ପ୍ରକଳ୍ପ ପାଇଁ ଜମି ଦେଇଥିବା ୧୦୧ ସେବାୟତ ଓ ଅନ୍ୟ ପରିବାରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ । ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ ପୂର୍ବରୁ ସମସ୍ତ କାର୍ଯ୍ୟର ସମୀକ୍ଷା କରିଥିଲେ 5T ସଚିବ ଭିକେ ପାଣ୍ଡିଆନ ।