ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ହେବେ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି

ଫ୍ରାନ୍ସ ରାଷ୍ଟ୍ରପତି ହେବେ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି

ଫ୍ରାନ୍ସ ରାଷ୍ଟ୍ରପତି ହେବେ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି । ୨୦୨୪ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ହେବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ । ଜାନୁଆରୀ ୨୬ରେ କର୍ତ୍ତବ୍ୟପଥରେ ଉପସ୍ଥିତ ରହି ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ । ଭାରତ ପକ୍ଷରୁ ତାଙ୍କୁ ଆମନ୍ତ୍ରଣ କରାଯିବା ପରେ ଏଥିରେ ସମ୍ମତ୍ତି ଜଣାଇବା ସହିତ, ସୋସିଆଲ ମିଡିଆରେ ମୋଦିଙ୍କୁ ପ୍ରିୟ ବନ୍ଧୁ ବୋଲି ସମ୍ବୋଧନ କରିଛନ୍ତି ମାକ୍ରନ୍ । ଗତ ଜୁଲାଇ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତରେ ଯାଇ ଜାତୀୟ ଦିବସ ବାଷ୍ଟିଲ୍ ଡେ’ ପରେଡରେ ସାମିଲ ହୋଇଥିଲେ । ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ବୋଲି ସୂଚନା ମିଳିଥିଲା । କିନ୍ତୁ ଜାନୁଆରୀ ମାସରେ ବ୍ୟସ୍ତ ବହୁଳ କାର୍ୟ୍ୟସୂଚୀ ଯୋଗୁ ସେ ଭାରତ ଆସିପାରିବେ ନାହିଁ । ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାରେ ମାକ୍ରନ୍ ହେବେ ଷଷ୍ଠ ଫ୍ରାନ୍ସ ଶୀର୍ଷନେତା ।