୧୨ରୁ ହୋମ ଯଜ୍ଞ, ୧୭ରେ ଲୋକାର୍ପଣ

ପୁରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ, ୧୨ରୁ ଆରମ୍ଭ ହେବ ଯଜ୍ଞ

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ପରିକ୍ରମା ପ୍ରକଳ୍ପ ପାଇଁ ୧୨ ତାରଖରୁ ଯଜ୍ଞ ପ୍ରକ୍ରିୟା ଆରମ୍ଭ ହେବ । ଶ୍ରୀନଅରରେ ଗଜପତିଙ୍କ ଦ୍ୱାରା ଗୁଆଟେକା ହେବ । ଗଜପତିଙ୍କ ଗୁଆଟେକା ପରେ ଯଜ୍ଞ ପ୍ରକ୍ରିୟା ଆରମ୍ଭ ହେବ । ଗଜପତିଙ୍କ ରାଶି-ନକ୍ଷତ୍ରକୁ ନେଇ ଯଜ୍ଞ ଆରମ୍ଭ ହେବ । ୩ଦିନ ଧରି ଭବ୍ୟ ସାଂସ୍କୃତିକ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ କରାଯିବ । ୧୭ରେ ଦେଶରେ ୬୦ଟି ମନ୍ଦିରର କର୍ମକର୍ତ୍ତା ଯୋଗଦେବେ । ଆସନ୍ତା ଜାନୁଆରୀ ୧୫ ତାରିଖ ସକାଳ ୭ଟାରେ ଶ୍ରୀମନ୍ଦିର ଐସାନ୍ୟ କୋଣରେ ଅଙ୍କୁରାରୋପଣ କରାଯିବ । ୧୭ ତାରିଖରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ।