୮୦ କେନ୍ଦ୍ରରେ ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫ‌କେଟ୍ ପରୀକ୍ଷା

ଆଜିଠୁ ଚାଲିଛି ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ(‌ବୋର୍ଡ) ଦ୍ବାରା ପରିଚାଳିତ ହେଉଛି ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା । ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ  ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା । ଏହା ଜୁଲାଇ ୩ ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ୮୦ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେଉଛି। ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ୧୩୧୧ ଜଣ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫ‌କେଟ୍ ପରୀକ୍ଷା ପାଇଁ ୮୯୧୫ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଆଜି ସକାଳୁ ପରୀକ୍ଷାର୍ଥୀ ଶୃଙ୍ଖଳିତ ଢଙ୍ଗରେ ଆସି ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିଛନ୍ତି ।