ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି

ରାଜ୍ୟସଭା ନିର୍ବାଚନ, ଆଜିଠୁ ୧୫ ଯାଏଁ ନାମାଙ୍କନ ଦାଖଲ

ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ଆସନ୍ତା ୧୫ ତାରିଖ ଯାଏଁ ହେବ ନାମାଙ୍କନ ଦାଖଲ । ଏହାପରେ ୧୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୨୦ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହର ହେବ । ଫେବୃଆରୀ ୨୭ ତାରିଖରେ ନିର୍ବାଚନ ହେବ । ଓଡିଶାର ୩ଟି ଆସନ ପାଇଁ ନିର୍ବାଚନ ହେବାକୁ ଯାଉଛି । ୨୭ ଫେବ୍ରୁଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ । ସେହିଦିନ ଅପରାହ୍ଣ ୫ ଟାରୁ ଭୋଟ ଗଣତି କରାଯିବ । ଓଡ଼ିଶାର ତିନି ରାଜ୍ୟସଭା ସିଟ ପାଇଁ ନିର୍ବାଚନ ହେବ । ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ୟ୍ୟ କାଳ ସରୁଛି । ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ । ଓଡ଼ିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି । ଏନେଇ ଜାନୁଆରୀ ୨୯ ତାରିଖ ଦିନ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର । ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କାର୍ୟ୍ୟକାଳ ଏପ୍ରିଲ ୩ରେ ଶେଷ ହେଉଛି ।