ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି

ମଧୁବାବୁ ପେନସନ ହିତାଧିକାରୀଙ୍କ ପାଇଁ ଖୁସି ଖବର

ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ଅନ୍ତର୍ଭୁକ୍ତ ବ୍ୟକ୍ତିଙ୍କ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ । ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ । ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦, ୭୦୦ ଓ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ  ୧୦୦୦, ୧୨୦୦ ଓ  ୧୪୦୦ ଟଙ୍କା ପାଇବେ । ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ। ମୁଖ୍ୟମନ୍ତ୍ରୀ ଶନିବାର ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।