କାଲି ଆସୁଛନ୍ତି ଶିବରାଜ, ୧୫ରେ ଗଡ଼କରୀ, ୨୨ରେ ରାଜନାଥ

ଓଡ଼ିଶା ମୁହାଁ ବିଜେପିର କେନ୍ଦ୍ରୀୟ ନେତୃତ୍ବ

୨୦୨୪ ନିର୍ବାଚନ ପାଇଁ ଓଡିଶାରେ ତତ୍ପର ବିଜେପି ଶିବିର । ଓଡ଼ିଶା ମୁହାଁ ଏବେ କେନ୍ଦ୍ରୀୟ ନେତୃତ୍ୱ । ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ଦଳର ବରିଷ୍ଠ ନେତା ତଥା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ । ସେ କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରରେ ସମୀକ୍ଷା କରିବେ । ଏଥିସହ ୧୫ ତାରିଖରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ମଧ୍ୟ ଓଡ଼ିଶା ଆସିବେ । ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପୁରୀ ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବେ । ଗଡ଼କରୀଙ୍କ ପରେ ୨୨ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ସେ ଅନେକ ଗୁଡିଏ କାର୍ଯ୍ୟକ୍ରମରେ ଯୋଗଦେବେ । ସେହିପରି ମାସ ଶେଷ ବେଳକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଓଡ଼ିଶା ଆସିପାରନ୍ତି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ।