ରାଜନୀତିରୁ ସନ୍ୟାସ ନେବେ ଗୌତମ ଗମ୍ଭୀର!
ରାଜନୀତିରୁ ସନ୍ୟାସ ନେବେ ଗୌତମ ଗମ୍ଭୀର । ପୂର୍ବତନ କ୍ରିକେଟର ତଥା ପୂର୍ବ ଦିଲ୍ଲୀର ବର୍ତ୍ତମାନର ବିଜେପି ସାଂସଦ ଗୌତମ ଗମ୍ଭୀର। ଆଗକୁ ଲୋକସଭା ନିର୍ବାଚନ ଥିବା ବେଳେ ସେ ଆଉ ରାଜନୀତି କରିବେନି ବୋଲି କହିଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବିଜେପି ଲୋକସଭା ନିର୍ବାଚନ ନେଇ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିବା ପୂର୍ବରୁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ସୋସିଆଲ ମିଡିଆରେ ଏନେଇ ସୂଚନା ଦେଇଛନ୍ତି ଗମ୍ଭୀର। ଏନେଇ ସେ ଲେଖିଛନ୍ତି, , “ସକ୍ରିୟ ରାଜନୀତିରୁ ମୁକ୍ତ କରିବା ପାଇଁ ପାର୍ଟି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଅନୁରୋଧ କରିଛି। ମୁଁ ରାଜନୀତିରୁ ଦୂରେଇ ରହିଲେ କ୍ରିକେଟ୍ ଉପରେ ଧ୍ୟାନ ଦେଇ ପାରିବି। ମୋତେ ଲୋକଙ୍କ ସେବା କରିବାକୁ ସୁଯୋଗ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ହୃଦୟରୁ ଧନ୍ୟବାଦ।” ଗମ୍ଭୀର, ମାର୍ଚ୍ଚ ୨୦୧୯ରେ ବିଜେପିରେ ଯୋଗ ଦେଇଥିଲେ। ସେ ୨୦୧୯ ଲୋକସଭା ନିର୍ବାଚନରେ ୬,୧୫,୧୦୧ ଭୋଟ ବ୍ୟବଧାନରେ ପୂର୍ବ ଦିଲ୍ଲୀ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ବିଜୟୀ ହୋଇଥିଲେ।