ଶ୍ରୀମନ୍ଦିର ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ ଖସିଲା ପଥର

ବଡ଼ଦେଉଳରୁ ଖସିଲା ପଥର

ବଡ଼ଦେଉଳରୁ ଖସିଲା ପଥର । ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ ପଥର ଖସିଥିବା ସୂଚନା । ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ପଥର ଖସି ଏକାଦଶୀ ମନ୍ଦିରର ଟିଣ ଛାତ କଣା ହୋଇଥିବା ସୂଚନା ମିଳିଛି । ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ଘଟିନି । କେହି ବି ସେବାୟତ କିମ୍ବା ଭକ୍ତ ଆହତ ହେଇନାହାଁନ୍ତି । ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଥିବାବେଳେ, ପଥରଟି କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି ।