ବିଜେଡିର ପ୍ରଥମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ଆସିଲା ବିଜେଡିର ପ୍ରଥମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା, ହିଞ୍ଜିଳିରୁ ଲଢ଼ିବେ ନବୀନ ପଟ୍ଟନାୟକ

ବିଜେଡିର ପ୍ରଥମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା । ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜୁ ଜନତା ଦଳ। ବିଧାନସଭା ପାଇଁ ବିଷମକଟକରୁ ଜଗନ୍ନାଥ ସାରକା, ଗୁଣପୁରରୁ ରଘୁନାଥ ଗମାଙ୍ଗ, ରାୟଗଡ଼ାରୁ ଅନସୂୟା ମାଝୀ, ବରଗଡ଼ରୁ ଦେବେଶ ଆଚାର୍ୟ୍ୟଙ୍କୁ ପ୍ରାର୍ଥୀ କରିଛି ବିଜେଡି। ସେହିପରି ବିଜେପୁରରୁ ରିତା ସାହୁ, ଅତାବିରାରୁ ସ୍ନେହାଙ୍ଗିନୀ ଛୁରିଆ, ଭଟଲିରୁ ସୁଶାନ୍ତ ସିଂହ, ଜଳେଶ୍ବରରୁ ଅଶ୍ବିନୀ ପାତ୍ର, ବସ୍ତାରୁ ସୁବାସିନୀ ଜେନାଙ୍କୁ ପ୍ରାର୍ଥୀ କରାଯାଇଛି।

ଭଣ୍ଡାରୀପୋଖରୀରୁ ସଂଜୀବ ମଲ୍ଲିକ, ଭଦ୍ରକରୁ ପ୍ରଫୁଲ୍ଲ ସାମଲ, ବାସୁଦେବପୁରରୁ ବିଷ୍ଣୁବ୍ରତ ରାଉତରାୟ, ଧାମନଗରରୁ ସଂଜୟ ଦାସ, ଚାନ୍ଦବାଲିରୁ ବ୍ୟୋମକେଶ ରାୟ ବିଂଝାରପୁରରୁ ପ୍ରମିଳା ମଲ୍ଲିକ, ଧର୍ମଶାଳାରୁ ପ୍ରଣବ ବଳବନ୍ତରାୟ, ଯାଜପୁରରୁ ସୁଜାତା ସାହୁ, ସୁକିନ୍ଦାରୁ ପ୍ରୀତିରଂଜନ ଘଡ଼ାଇ ପ୍ରାର୍ଥୀ ହୋଇଛନ୍ତି। ଢେଙ୍କାନାଳରୁ ସୁଧୀର ସାମଲ, କାମାକ୍ଷାନଗରରୁ ପ୍ରଫୁଲ୍ଲ ମଲ୍ଲିକ, ପରଜଙ୍ଗରୁ ନୃସିଂହ ସାହୁ, ପାଲଲହଡ଼ାରୁ ମୁକେଶ ପାଲ , ଛେଣ୍ଡିପଦାରୁ ସୁଶାନ୍ତ ବେହେରା, ସୋନପୁରରୁ ନିରଞ୍ଜନ ପୂଜାରୀ, ଲୋଇସିଂହାରୁ ନିହାର ବେହେରା, ପାଟଣାଗଡ଼ରୁ ସରୋଜ ମେହେର ବିଜେଡି ପ୍ରାର୍ଥୀ ହୋଇଛନ୍ତି।ବଲାଙ୍ଗିରରୁ କଳିକେଶ ସିଂହଦେଓ, ଟିଟିଲାଗଡ଼ରୁ ଟୁକୁନି ସାହୁ ପ୍ରାର୍ଥୀ ହୋଇଛନ୍ତି।

ନୂଆପଡ଼ାରୁ ରାଜେନ୍ଦ୍ର ଢୋଲକିଆ, ଉମରକୋଟରୁ ନବୀନା ନାଏକ, ଝରିଗାଁରୁ ରମେଶ ମାଝୀ, ନବରଙ୍ଗପୁରରୁ କୌଶଲ୍ୟା oiପ୍ରଧାନୀ, ଡାବୁଗାଁରୁ ମନୋହର ରନ୍ଧାରୀ, ଲାଞ୍ଜିଗଡ଼ରୁ ପ୍ରଦୀପ ଦିଶାରୀ, ଜୁନାଗଡ଼ରୁ ଦିବ୍ୟଶଙ୍କର ମିଶ୍ର, ଧର୍ମଗଡ଼ରୁ ପୁଷ୍ପେନ୍ଦ୍ର ସିଂହଦେଓ, ଭବାନୀପାଟଣାରୁ ଲଳିତା ନାଏକ, ଜି. ଉଦୟଗିରିରୁ ସାଲୁଗା ପ୍ରଧାନ, କଣ୍ଟାମାଳରୁ ମହିଧର ରଣା, ବୌଦ୍ଧରୁ ପ୍ରଦୀପ ଅମାତ, ବଡମ୍ବାରୁ ଦେବୀ ମିଶ୍ର, ବାଙ୍କୀରୁ ଦେବୀ ରଂଜନ ତ୍ରିପାଠୀ, ଆଠଗଡ଼ରୁ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚୌଦ୍ୱାର କଟକରୁ ସୌଭିକ ବିଶ୍ୱରଳ, ନିଆଳିରୁ ପ୍ରମୋଦ ମଲ୍ଲିକ, କଟକ ସଦରରୁ ଚନ୍ଦ୍ରସାରଥି ବେହେରା ବିଜେଡି ପ୍ରାର୍ଥୀ।

ପାଟକୁରାରୁ ଅରବିନ୍ଦ ମହାପାତ୍ର, ଆଳିରୁ ପ୍ରତାପ ଦେବ, ରାଜନଗରରୁ ଧ୍ରୁବ ସାହୁ, ମହାକାଳପଡ଼ାରୁ ଅତନୁ ସବ୍ୟସାଚୀ ନାୟକ, ପୁରୀରୁ ସୁନୀଲ ମହାନ୍ତି, ବ୍ରହ୍ମଗିରିରୁ ଉମା ସାମନ୍ତରାୟ, ସତ୍ୟବାଦୀରୁ ସଂଜୟ ଦାସବର୍ମା, ପିପିଲିରୁ ରୁଦ୍ର ମହାରଥୀ, ଜଟଣୀରୁ ବିଭୂତି ବଳବନ୍ତରାୟ, ରଣପୁରରୁ ସତ୍ୟ ନାରାୟଣ ପ୍ରଧାନ, ଦଶପଲ୍ଲାରୁ ରମେଶ ବେହେରା, ନୟାଗଡ଼ରୁ ଅରୁଣ ସାହୁ ପ୍ରାର୍ଥୀ ହୋଇଛନ୍ତି।

ସେହିପରି ଭଂଜନଗରରୁ ବିକ୍ରମ ଆରୁଖ, ପୋଲସରାରୁ ଶ୍ରୀକାନ୍ତ ସାହୁ, କବିସୂର୍ୟ୍ୟନଗରରୁ ଲତିକା ପ୍ରଧାନ, ଛତ୍ରପୁରରୁ ସୁବାସ ବେହେରା, ସୋରଡ଼ାରୁ ସଂଘମିତ୍ରା ସ୍ୱାଇଁ, ହିଂଜିଳିରୁ ନବୀନ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି । ଗୋପାଳପୁରରୁ ବିକ୍ରମ ପଣ୍ଡା, ଦିଗପହଣ୍ଡିରୁ ବିପ୍ଳବ ପାତ୍ର, ଚିକିଟିରୁ ଚିନ୍ମୟାନନ୍ଦ ଶ୍ରୀରୂପ ଦେବ, କୋଟପାଡ଼ରୁ ଚନ୍ଦ୍ରଶେଖର ମାଝୀ, କୋରାପୁଟରୁ ରଘୁରାମ ପୋଡ଼ାଲ, ମାଲକାନଗିରିରୁ ମାନସ ମାଡ଼କାମୀ, ଘସିପୁରାରୁ ବଦ୍ରିନାରାୟଣ ପାତ୍ର, ପାଟଣାରୁ ଜଗନ୍ନାଥ ନାଏକଙ୍କୁ ପ୍ରାର୍ଥୀ କରିଛି ବିଜେପି । ପ୍ରଥମ ପର୍ଯ୍ୟାୟରେ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି ।