ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଜାମିନ
କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ । ORHDC ଦୁର୍ନୀତି ମାମଲାରେ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ । ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କରିଛନ୍ତି କୋର୍ଟ । ହାଇକୋର୍ଟ ରାୟକୁ ଚାଲେଂଜ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ । ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ହାଇକୋର୍ଟ । ୩ ବର୍ଷ ଜେଲ୍ ଦଣ୍ଡାଦେଶ କରିଥିଲେ ଭିଜିଲାନ୍ସ କୋର୍ଟ । ORHDC ଦୁର୍ନୀତି ମାମଲାରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ୩ ବର୍ଷ ଜେଲ୍ ଦଣ୍ଡାଦେଶକୁ କାଏମ୍ ରଖିଥିଲେ ଉଚ୍ଚ ଅଦାଲତ । ତଳକୋର୍ଟଙ୍କ ରାୟରେ କୌଣସି ତ୍ରୁଟି ନ ଥିବା ଦର୍ଶାଇ, ମୋକିମ ପୂର୍ବରୁ ପାଇଥିବା ଜାମିନକୁ ମଧ୍ୟ ପ୍ରତ୍ୟାହାର କରିନେଇଥିଲେ ହାଇକୋର୍ଟ । ଅନ୍ୟପଟେ ଗତ କିଛିଦିନ ତଳେ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ । ସେତେବେଳେ ନାମାଙ୍କନ ବେଳେ ସମ୍ପୂର୍ଣ୍ଣ ତଥ୍ୟ ଦେଇନଥିବା ଅଭିଯୋଗ ହୋଇଥିଲା । ପରେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ । ଏଣୁ ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମକୋର୍ଟରେ ହାଜର ହୋଇଥିଲେ ମହମ୍ମଦ ମୋକିମ।