ଆଜି ଦ୍ବିତୀୟ ପର୍ଯ୍ୟାୟ ଭୋଟ

୧୩ଟି ରାଜ୍ୟର ୮୮ ଆସନରେ ଚାଲିଛି ଭୋଟିଂ

ଆଜି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ୧୩ଟି ରାଜ୍ୟର ୮୮ ଆସନରେ ଭୋଟିଂ ଚାଲିଛି।ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । କେରଳର ସମସ୍ତ ୨୦ଟି ଯାକ ସିଟ୍ ପାଇଁ ମତଦାନ ଚାଲିଥିବା ବେଳେ କର୍ଣ୍ଣାଟକର ୧୪, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର ୮, ମହାରାଷ୍ଟ୍ରର ୮, ମଧ୍ୟପ୍ରଦେଶର ୭, ବିହାରର ୫, ଆସାମର ୫, ଛତିଶଗଡ଼ର ୩, ପଶ୍ଚିମବଙ୍ଗର ୩ ଏବଂ ମଣିପୁର, ତ୍ରିପୁରା ଓ ଜାମ୍ମୁ କାଶ୍ମୀରର ଗୋଟିଏ ଲେଖାଏଁ ଆସନ ପାଇଁ ଭାଟ ଗ୍ରହଣ ଚାଲିଛି। ବିଏସପି ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ମଧ୍ୟପ୍ରଦେଶର ବେତୁଲ ଆସନରେ ଭୋଟ୍ ହେଉନାହିଁ। ଏ ସବୁ ରାଜ୍ୟରେ ପ୍ରାୟ ୧୬ କୋଟି ଭୋଟର ୧୨୦୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ମତଦାନ ଲାଗି ୧ ଲକ୍ଷ ୬୭ ହଜାର ପୋଲିଂ ବୁଥର ବ୍ୟବସ୍ଥା କରାଯାଇଛି। ଆଜି ମତଦାନ ହେଉଥିବା ରାଜ୍ୟ ଗୁଡିକରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ମାଓ ଉପଦ୍ରୁତ ଓ ସମ୍ବେଦନଶୀଳ ଅଞ୍ଚଳରେ ରଖାଯାଇଛି ସ୍ବତନ୍ତ୍ର ଫୋକସ୍।ଆଜିର ଭୋଟ ପରେ କେରଳ, ରାଜସ୍ଥାନ ଓ ତ୍ରିପୁରାରେ ନିର୍ବାଚନ ସରିଯିବ। ମେ ୭ ତାରିଖରେ ୯୪ ସିଟରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ। ପୂର୍ବରୁ ଗତ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଲୋକସଭା ଆସନରେ ମତଦାନ ହୋଇସାରିଛି