ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି

ଶ୍ରୀମନ୍ଦିରରେ ୪ଘଣ୍ଟା ସାଦାରଣ ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଜି ଅନୁଷ୍ଠିତ ହେବ ପଇତାଲାଗି ନୀତି। ଶ୍ରୀମନ୍ଦିର ନୀତି ଓ ପରମ୍ପରା ମୁତାବକ ଏହି ନୀତି ଅନୁଷ୍ଠିତ ହେବ। ମଧ୍ୟାନ୍ନଧୂପ ପରେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦଇତାପତି ଗର୍ଭଗୃହକୁ ପ୍ରବେଶ କରି ଏହି ଗୁପ୍ତ ନୀତିକୁ ନିଷ୍ଠାର ସହ ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ବାସୁଙ୍ଗା ପାଟରେ ପ୍ରସ୍ତୁତ ପଇତା। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସଂଧ୍ୟା ୬ଟାରୁ ରାତି ୧୦ ଟା ପର୍ୟ୍ୟନ୍ତ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ଶ୍ରୀଅଙ୍ଗକୁ ସୁରକ୍ଷିତ ରଖିବା ପାଇଁ ପଇତା ଲାଗି କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ଗୁପ୍ତସେବା କରାଯିବ। ଏହା ଏକ ଗୁପ୍ତ ନିତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ।