ବାରାଣାସୀରୁ ପ୍ରାର୍ଥୀ ପତ୍ର ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ

ପ୍ରାର୍ଥୀ ପତ୍ର ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣାସୀ ଆସନ ପାଇଁ ବିଧିବଦ୍ଧ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ପ୍ରଧାନମନ୍ତ୍ରୀ। ମୋଦିଙ୍କ ସହ ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ନାମାଙ୍କନପତ୍ର ଦାଖଲ ସମୟରେ ଉପସ୍ଥିତ ଥିଲେ। ୧୮ରୁ ଅଧିକ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମେତ ୩୬ ଭିଆଇପି ଉପସ୍ଥିତ ରହିଥିଲେ। ବାରାଣସୀରେ ନାମାଙ୍କନ ଦାଖଲ ପୂର୍ବରୁ ଗଙ୍ଗାରେ ପୂଜାର୍ଚ୍ଚନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାରାଣସୀର ଦଶାଶ୍ବମେଧ ଘାଟରେ ପୂଜାର୍ଚ୍ଚନା ବି କରିଥିଲେ। କାଳଭୈରବ ମନ୍ଦିରରେ ପୂଜାର୍ଚ୍ଚନା ସାରିବା ପରେ ନାମାଙ୍କନ ପାଇଁ ବାହାରିଥିଲେ । ଜୁନ୍ ୧ ତାରିଖରେ ଶେଷ ପର୍ଯ୍ୟାୟରେ ବାରାଣସୀରେ ଭୋଟ୍ ପଡିବ । ମୋଦି କ୍ରମାଗତ ତୃତୀୟ ଥର ପାଇଁ ଏଠାରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ଏଥିପାଇଁ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ୭ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆଜି ଶେଷ ତାରିଖ।