ଓଡ଼ିଆ ପୁଅଙ୍କୁ ବଡ଼ ଦାୟିତ୍ୱ

ଭାରତୀୟ କ୍ରିକେଟ ଟିମ୍ର ମ୍ୟାନେଜର ହେଲେ ମାଲକାନାଗିରିର ସତବୀର

ଓଡ଼ିଆ ପୁଅଙ୍କୁ ବଡ଼ ଦାୟିତ୍ୱ । ଭାରତୀୟ କ୍ରିକେଟ୍ ଟିମର ମ୍ୟାନେଜର ପଦ ପାଇଁ ମନୋନୀତ ହୋଇଛନ୍ତି ମାଲକାନଗିରିର ପୁଅ ସତବୀର ସିଂ ରିୟର । ଆସନ୍ତା ସାଉଥ ଆଫ୍ରିକା ଟେଷ୍ଟ ସିରିଜ୍ ପାଇଁ ସତବୀରଙ୍କୁ ମନୋନୀତ କରାଯାଇଛି । ପୂର୍ବରୁ ଅନେକ ଟିମ୍ ପାଇଁ ମ୍ୟାନେଜର ଭାବେ ଦାୟିତ୍ୱ ତୁଲାଇଛନ୍ତି ସତବୀର । ପୂର୍ବରୁ ୧୬ ବର୍ଷରୁ କମ, ୧୯ ବର୍ଷରୁ କମ ଟିମ ସହ ଓ ରଣଜୀ ଟ୍ରଫିର ମ୍ୟାନେଜର ପଦ ସମ୍ଭାଳିଛନ୍ତି । ସୋସିଆଲ ମିଡିଆରେ ଏନେଇ ସୂଚନା ଦେଇଛି ଓଡିଶା କ୍ରିକେଟ୍ ଆସୋସିଏସନ୍ । ସତବୀର ପେଶାରେ ଜଣେ ଫାର୍ମାସି ଅଫିସର । ରାତିରେ ଡ୍ୟୁଟି କରି ଦିନରେ କ୍ରିକେଟ୍ ପାଇଁ ସମୟ ଦିଅନ୍ତି ସତବୀର । ଏଭଳି ଉପଲବ୍ଧି ହାସଲ କରି ଓଡ଼ିଶାକୁ ଗର୍ବିତ କରିଛନ୍ତି ସତବୀର ।