୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌

ଘରେ ବସି ଭୋଟ ଦେବେ ବୟସ୍କ

୨୦୨୪ର ସାଧାରଣ ନିର୍ବାଚନ ପାଇଁ ବାଜିଲା ବିଗୁଲ। ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଲେ CEC ରାଜୀବ କୁମାର। ତେବେ ନିର୍ବାଚନ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଥିବା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି। ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌ ରହିବ। ଭୋଟ ଗ୍ରହଣ ପାଇଁ ଦେଢ଼ କୋଟି ପୋଲିଂ ଅଫିସର ପ୍ରସ୍ତୁତ ରହିବେ। ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ରହିଛି ୫୫ ଲକ୍ଷ ଇଭିଏମ୍‌। ପ୍ରଥମ ଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ନୂଆ ଭୋଟର। ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି। ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ। ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି। ଦେଶରେ ୪୯.୭ କୋଟି ପୁରୁଷ ଓ ୪୭.୧ କୋଟି ମହିଳା ଭୋଟର ରହିଛନ୍ତି। ଏହାଛଡ଼ା ସେ କହିଛନ୍ତି, ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦିଆଯିବ। ଘରେ ରହି ଭୋଟ୍ ଦେଇପାରିବେ ବୟସ୍କ ଭୋଟର। ଘରେ ଫର୍ମ ପହଞ୍ଚାଇ ଦିଆଯିବ, ପରେ ସଂଗ୍ରହ କରାଯିବ। ଅପରାଧିକ ମାମଲା ଥିଲେ ପ୍ରାର୍ଥୀ ବିଜ୍ଞାପନ ଜରିଆରେ ଜଣାଇବେ। ଖବର କାଗଜ, ଟିଭିରେ ୩ ଥର ନିଜ ଅପରାଧ ବିବରଣୀ ଦେବେ। ରାଜନୈତିକ ଦଳ ବି ଏନେଇ ବିସ୍ତୃତ ସୂଚନା ପ୍ରଦାନ କରିବେ। କାହିଁକି ଏଭଳି ପ୍ରାର୍ଥୀଙ୍କୁ ଟିକେଟ ଦେଲେ, କାରଣ ଦର୍ଶାଇବେ।