
ଘନୀଭୂତ ହେଉଛି ଆରବ ସାଗରରେ ସୃଷ୍ଟି ହୋଇଥିବା ପ୍ରଥମ ବାତ୍ୟା ‘ବିପର୍ଯ୍ୟୟ’ । ‘ବିପର୍ଯ୍ୟୟ’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସିଛି । ‘ବିପର୍ଯ୍ୟୟ’ ଏବେ ଗୋଆ ଠାରୁ ୮୬୦ କିମି ଦୂର ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅତି ଭୀଷଣ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି। ଏହା ୧୩ ତାରିଖ ବେଳକୁ ପାକିସ୍ତାନର କରାଚିରେ ଲ୍ୟାଣ୍ଡଫଲ କରିପାରେ। ତେବେ ଏନେଇ ଆଇଏମଡି ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ବାତ୍ୟା ଭାରତର କୌଣସି ରାଜ୍ୟରେ ଲ୍ୟାଣ୍ଡଫଲ କରିବାର ଆଶଙ୍କା ନାହିଁ। ହେଲେ ଏହା ପ୍ରଭାବ ଗୋଆ, କେରଳ, କର୍ଣ୍ଣାଟକା, ଗୁଜରାଟ ଓ ମହାରାଷ୍ଟ୍ରର କିଛି ସ୍ଥାନରେ ପଡ଼ିବ ବୋଲି ଅକାଳନ କରାଯାଇଛି । ଏଥିପାଇଁ ଏହି ସବୁ ରାଜ୍ୟଗୁଡ଼ିକ ଆଲର୍ଟରେ ରହିଛନ୍ତି ।
