ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ, ୭ଶିଶୁ ଜୀବନ୍ତ ଦଗ୍ଧ
ବିଳମ୍ବିତ ରାତିରେ ଦିଲ୍ଲୀର ଏକ ଶିଶୁ ଡାକ୍ତରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ । ଏଥିରେ ୭ ନବଜାତ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ନିଆଁ ଲାଗିବା ଯୋଗୁଁ ୭ନବଜାତ ଶିଶୁଙ୍କର ମୃତ୍ୟୁ ଘଟିଛି। ଅଗ୍ନିଶମ ବିଭାଗର ସୂଚନାନୁସାରେ, ଏହି ଦୁଃଖଦ ଦୁର୍ଘଟଣାରେ ୧୨ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା। ସେଥିମଧ୍ୟରୁ ୭ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ୫ ଶିଶୁଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ୧୧.୩୨ସମୟରେ ପୂର୍ବ ଦିଲ୍ଲୀର ବିବେକ ବିହାରର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟିଥିଲା। ଚାହୁଁଚାହୁଁ ପୁରା ବିଲଡିଂ ହୁତ୍ ହୁତ୍ ହେଇ ଜଳିବାରେ ଲାଗିଥିଲା। ପରେ ତୁରନ୍ତ ୧୬ଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳକୁ ପଠାଯାଇଥିଲା। ଅଧିକାରୀ କହିଛନ୍ତି ଯେ ୧୨ ନବଜାତ ଶିଶୁଙ୍କୁ କୋଠା ଭିତରୁ ଉଦ୍ଧାର କରାଯାଇଥିଲା। କିନ୍ତୁ ଚିକିତ୍ସା ସମୟରେ ୭ଜଣଙ୍କର ମୃତ୍ୟୁ ହୋଇଥିଲା। ଡାକ୍ତରଖାନାରେ ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଏପର୍ୟ୍ୟନ୍ତ କୌଣସି ସୂଚନା ମିଳିନାହିଁ। ଦିଲ୍ଲୀ ପୋଲିସ ଏବଂ ଅଗ୍ନିଶମ ବିଭାଗ ଏହି ଘଟଣାର ତଦନ୍ତ କରୁଛନ୍ତି।