ଲାକ୍ଷାଦ୍ୱୀପରେ ଅଧିକ ପର୍ଯ୍ୟଟକ ଆକର୍ଷଣ ବ୍ୟବସ୍ଥା
ଲାକ୍ଷାଦ୍ୱୀପକୁ ନେଇ ବଜେଟ୍ରେ ସ୍ୱତନ୍ତ୍ର ଉପସ୍ଥାପନା ରଖାଯାଇଛି। କୁହାଯାଇଛି ଯେ, ଲାକ୍ଷାଦ୍ୱୀପରେ ଅଧିକ ପର୍ଯ୍ୟଟକ ଆକର୍ଷଣ ବ୍ୟବସ୍ଥା କରାଯିବ। ଲାକ୍ଷାଦ୍ୱୀପରେ ଭିତ୍ତିଭୂମିର ବ୍ୟାପକ ବିକାଶ କରାଯିବ। ରାଜ୍ୟମାନଙ୍କୁ ୭୫ ହଜାର କୋଟି ଟଙ୍କା ପ୍ରଦାନ କରାଯିବ। ଗବେଷଣା ପାଇଁ ‘ଜୟ ଅନୁସନ୍ଧାନ’ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଦିଆଯିବ। ୪୦ ହଜାର ସାଧାରଣ ବଗି ବନ୍ଦେ ଭାରତ ବଗିକୁ ରୂପାନ୍ତର ହେବ। ଉଡାନ୍ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ୍ ହେବ। ୫୭୦ ନୂଆ ରୁଟ୍ରେ ୧.୦୩ କୋଟି ଯାତ୍ରୀ ସୁବିଧା ପାଇବେ।
ବଜେଟ୍ରେ ଜିଡିପି ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଜିଡିପିକୁ ସରକାର ଗୁରୁତ୍ୱ ଦେଉଥିବା କହିଛନ୍ତି ନିର୍ମଳା ସୀତାରମଣ। ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ। ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହ ବିକଶିତ ଭାରତ ଆମର ଲକ୍ଷ୍ୟ। ରିଫର୍ମ, ପର୍ଫର୍ମ ଓ ଟ୍ରାନ୍ସଫର୍ମକୁ ଆମ ସରକାର ଗୁରୁତ୍ୱ ଦେଇଛି। ଭାରତର ବିକାଶରେ ପୂର୍ବାଞ୍ଚଳ ରାଜ୍ୟକୁ ଡ୍ରାଇଭିଂ ସିଟ୍କୁ ନିଆଯାଉଛି। ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି। ବଜେଟ୍ରେ ଆହୁରି କୁହାଯାଇଛି ଯେ, ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି। ପିଏମ୍ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଛି। ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି। ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି, ୭ଟି ଆଇଆଇଏମ୍ ପ୍ରତିଷ୍ଠା ହୋଇଛି। ୧୩ଟି ଏମ୍ସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ। ସବୁ ବର୍ଗର ଯୋଗ୍ୟ ବ୍ୟକ୍ତିଙ୍କୁ ସୁବିଧା ଯୋଗାଉଛନ୍ତି ସରକାର। ଗରିବ, ମହିଳା, ଯୁବ ଏବଂ ଅନ୍ନଦାତାଙ୍କ ଉନ୍ନତିକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତି ଦିଆଯାଇଛି।
