ସାମ୍ବାଦିକଙ୍କୁ ଗୁଳିକରି ହତ୍ୟା

ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ଼, ଟଳିପଡ଼ିଲେ ସାମ୍ବାଦିକ

ବିହାରରେ ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା । ଏକ ଖବରକାଗଜ ସାମ୍ବାଦିକ ବିମଳ କୁମାର ଯାଦବଙ୍କୁ ୪ ଜଣ ଦୁର୍ବୃତ୍ତ ଗୁଳି କରି ହତ୍ୟା କରିଛନ୍ତି । ବିମଳ ନିଜ ଘରେ ଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଆଖିବୁଜା ଫାୟାରିଂ କରିଥିଲେ। ବିମଳଙ୍କ ଛାତିରେ ଏକାଧିକ ଗୁଳି ବାଜିଥିବା ବେଳେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ସାମ୍ବାଦିକଙ୍କ ହତ୍ୟାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ପୋଲିସ ଓ ସ୍ଥାନୀୟ ସାଂସଦ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ମୃତଦେହ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଯାଇଛି ।