ବିଜେଡିର ଲୋକସଭା ଆସନ ଘୋଷଣା

୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ବିଜେଡିର ପ୍ରଥମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା । ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜୁ ଜନତା ଦଳ। ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ସମ୍ବଲପୁରରୁ ପ୍ରାର୍ଥୀ ହେଲେ ପ୍ରଣବ ପ୍ରକାଶ ଦାସ, କଳାହାଣ୍ଡିରୁ ଲମ୍ବୋଦର ନିଆଲ, ସୁନ୍ଦରଗଡ଼ରୁ ଦିଲୀପ ତିର୍କୀ, ମୟୂରଭଂଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ ମାଝୀ, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ହିକକା, ଆସିକାରୁ ରଂଜିତା ସାହୁ ପ୍ରାର୍ଥୀ ହୋଇଛନ୍ତି।