ମଧ୍ୟପ୍ରଦେଶ ହରଦାରେ ବଡ଼ ଧରଣର ବିସ୍ଫୋରଣ

ବାଣ କାରଖାନାରେ ବିସ୍ଫୋରଣ, ୬ମୃତ୍ୟୁ

ମଧ୍ୟପ୍ରଦେଶ ହରଦାରେ ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ । ୬ ଜଣଙ୍କ ମୃତ୍ୟୁ, ୬୦ରୁ ଅଧିକ ଆହତ । ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛି । ଜିଲ୍ଲାର ବେରାଗଡ଼ ଅଞ୍ଚଳରେ ଥିବା ବାଣ କାରଖାନାରେ ଭୟାବହ ବିସ୍ଫୋରଣ ହୋଇଛି । କାରଖାନା ଭିତରେ ଅନେକ ଲୋକ ଫସିଥିବାର ସନ୍ଦେହ କରାଯାଉଛି । ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଜରୁରୀ ବୈଠକ ଡାକିଛନ୍ତି । ବାଣ କାରଖାନାର ଆଖପାଖରେ ଥିବା ପ୍ରାୟ ୬୦ଟି ଘର ପ୍ରଭାବିତ ହୋଇଛି । ନିକଟରେ ଥିବା ପ୍ରାୟ ଶହେଟି ଘରକୁ ଖାଲି କରିଛି ପ୍ରଶାସନ । ବାଣ କାରଖାନା ଭିତରେ ଲଗାତାର ଭାବେ ବିସ୍ଫୋରଣ ହେଉଥିବା ଦେଖିବାକୁ ମିଳିଛି । ଉଦ୍ଧାର କାର୍ୟ୍ୟ ପାଇଁ ଏନଡିଆରଏଫ ଓ ଏସଡିଆରଏଫକୁ ଘଟଣାସ୍ଥଳକୁ ପଠାଯାଇଛି ।