ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ହେବେ ଇଲେକ୍ସନ କମିଶନର
ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ହେବେ ନିର୍ବାଚନ ଆୟୁକ୍ତ। ଖାଲି ପଡ଼ିଥିବା ୨ ନିର୍ବାଚନ କମିଶନର ପଦବୀରେ ଏମାନଙ୍କୁ ନିଯୁକ୍ତି ମିଳିବ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ସରକାରୀ ସ୍ତରରେ କୌଣସି ବିଜ୍ଞପ୍ତି ପ୍ରକାଶ ପାଇନଥିଲେ ମଧ୍ୟ ଲୋକସଭାର ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀ କହିଛନ୍ତି, ଦୁଇ ଜଣ ପ୍ରଶାସନିକ ଅଧିକାରୀ ସୁଖବୀର ସିଂହ ସାନ୍ଧୁ ଏବଂ ଜ୍ଞାନେଶ କୁମାରଙ୍କୁ ଇଲେକ୍ସନ କମିଶନର କରିବାକୁ ନିଷ୍ପତ୍ତି ନିଆଯାଇଛି। ନିର୍ବାଚନ କମିଶନର ନିଯୁକ୍ତି ନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ଏହି ବୈଠକରେ ଅଧୀର ରଞ୍ଜନ ଚୌଧୁରୀ ଏବଂ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଥିଲେ। ୨୧୨ ଜଣଙ୍କ ନାମ ପ୍ରସ୍ତାବ ଦିଆଯାଇଥିଲା। ଏମାନଙ୍କ ମଧ୍ୟରୁ ଏହି ଦୁଇ ଜଣଙ୍କୁ ବଛାଯାଇଛି।