ବ୍ୟକ୍ତିଗତ ଆୟକର ସୀମା ଘୋଷଣା କଲେ ଅର୍ଥମନ୍ତ୍ରୀ

ଆୟକର ସ୍ଲାବରେ ହେଲା ପରିବର୍ତ୍ତନ

ଦେଶର କୋଟି କୋଟି ଟିକସଦାତାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆୟକର ସ୍ଲାବରେ ପରିବର୍ତ୍ତନ କରି ଆୟକର ଦାତାଙ୍କୁ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ । ବଜେଟ୍ ଅଭିଭାଷଣରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଥିଲେ ଯେ ନୂଆ ଟିକସ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦ ହଜାର ଟଙ୍କାରୁ ୭୫ ହଜାର ଟଙ୍କାକୁ ବୃଦ୍ଧି କରାଯିବ। ଏହା ସହିତ ଟିକସ ଢାଞ୍ଚାରେ ପରିବର୍ତ୍ତନ କରାଯିବ । ନୂଆ ଟିକସ ବ୍ୟବସ୍ଥାରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୌଣସି ଟିକସ ଆଦାୟ କରାଯିବ ନାହିଁ। ଏହାପୂର୍ବରୁ ୬ ଲକ୍ଷ ଯାଏ ଆୟ ଉପରେ ୫% ଟ୍ୟାକ୍ସ ଦେବାକୁ ପଡୁଥିଲା। ସେହିପରି ୬ ଲକ୍ଷରୁ ୯ ଲକ୍ଷ ଯାଏ ଆୟ ଉପରେ ୧୦ % ଟ୍ୟାକ୍ସ ଦେବାକୁ ପଡୁଥିଲା।

ସେହିପରି ୭ ଲକ୍ଷରୁ ୧୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୦%, ୧୦ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୫%, ୧୨ରୁ ୧୫ ଲକ୍ଷ ଆୟ ପାଇଁ ଆୟକର ୨୦% ଓ ୧୫ ଲକ୍ଷରୁ ଅଧିକ ଆୟ ପାଇଁ ଆୟକର ୩୦% କରାଯାଇଛି।

-ବ୍ୟକ୍ତିଗତ ଆୟକର ସୀମା ଘୋଷଣା କଲେ ଅର୍ଥମନ୍ତ୍ରୀ
-ନୂଆ ବ୍ୟବସ୍ଥା ଅନୁସାରେ ୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ଶୂନ
-୩ ଲକ୍ଷରୁ ୭ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୫%
-୭ ଲକ୍ଷରୁ ୧୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୦%
-୧୦ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୫%
-୧୨ରୁ ୧୫ ଲକ୍ଷ ଆୟ ପାଇଁ ଆୟକର ୨୦%
-୧୫ ଲକ୍ଷରୁ ଅଧିକ ଆୟ ପାଇଁ ଆୟକର ୩୦%

Leave a Reply

Your email address will not be published. Required fields are marked *