ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ

ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାଯାଇଛି। ଗତକାଲି ବିଳମ୍ବିତ ରାତିରେ ଅସୁସ୍ଥ ହୋଇ ପଡ଼ିଥିଲେ ଆଡଭାନୀ। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଡଭାନୀ ୟୁରୋଲୋଜି ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ବୟସାଧିକ କାରଣରୁ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ରହିଛି। ଆଡଭାନୀଙ୍କୁ ୯୬ ବର୍ଷ ହୋଇଛି ।