ମଧ୍ୟପ୍ରଦେଶରେ ମୋହନ ସରକାର
ମଧ୍ୟପ୍ରଦେଶରେ ଆରମ୍ଭ ହେଲା ମୋହନ ସରକାର । ଲାଲ୍ ପରେଡ ଗ୍ରାଉଣ୍ଡରେ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଯାଦବ । ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଛଗନ ଭାଇ ପଟେଲ । ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଜଗଦୀଶ ଦେୱଡ଼ା, ରାଜେନ୍ଦ୍ର ଶୁକ୍ଲା । ମୋହନ ଯାଦବଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିଥିଲେ । ତାଙ୍କ ସହିତ ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ଅଧ୍ୟକ୍ଷ ଜେଡି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ନୀତିନ ଗଡକରି ପ୍ରମୁଖ ଉପସ୍ଥିତ ରହିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ମିଳିଛୀ ମଧ୍ୟପ୍ରଦେଶ ବିଧାନସଭାର ବାଚସ୍ପତି ଦାୟିତ୍ୱ । ଦକ୍ଷିଣ ଉଜୈନରୁ କ୍ରମାଗତ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ୫୮ବର୍ଷୀୟ ମୋହନ ଯାଦବ । ଶିବରାଜ ସିଂ ସରକାରରେ ସେ ଉଚ୍ଚଶିକ୍ଷାମନ୍ତ୍ରୀ ଥିଲେ ।