ଆଜିଠୁ ସଂସଦର ମୌସୁମୀ ଅଧିବେଶନ

କମ୍ପିବ ନୂଆ ସଂସଦ ଭବନ

ଆଜିଠୁ ସଂସଦର ମୌସୁମୀ ଅଧିବେଶନ । ନବନିର୍ମିତ ସଂସଦ ଭବନରେ ପ୍ରଥମ ଥର ପାଇଁ ଅଧିବେଶନ ଅନୁଷ୍ଠିତ ହେବ । ବିଭିନ୍ନ ପ୍ରସଙ୍ଗରେ କମ୍ପିବ ଗୃହ । ଅଧିବେଶନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଝଡ଼ ସୃଷ୍ଟି ହେବା ନେଇ ଆଶଙ୍କା ରହିଛି ।  ଗୃହରେ ମଣିପୁର ପ୍ରସଙ୍ଗ ଆଲୋଚିତ ହେବ ବୋଲି ସରକାର କହିଥିବାବେଳେ ଏହି ପ୍ରସଙ୍ଗରେ ସରକାରଙ୍କୁ ବିରୋଧୀ ଘେରିବେ । ଏହା ସହ ଦରବୃଦ୍ଧି ଓ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ଦୁରୂପଯୋଗ ପ୍ରସଙ୍ଗରେ ବି ବିରୋଧୀ ନାରାବାଜି କରିବା ସମ୍ଭାବନା ରହିଛି । କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ କହିଛନ୍ତି- ବିଭିନ୍ନ ପ୍ରସଙ୍ଗ ଉଠାଇବା ଲାଗି ବିରୋଧୀ ଦଳଙ୍କୁ ସୁଯୋଗ ଦିଆଯାଉ । ଚଳିତ ଅଧିବେଶନରେ ୩୨ଟି ବିଧେୟକ ଆଗତ ହେବ ବୋଲି କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଆସନ୍ତା ଅଗଷ୍ଟ ୧୧ ତାରିଖ ଯାଏ ଚାଲିବ ସଂସଦର ମୌସୁମୀ ଅଧିବେଶନ ।