ଦ୍ୱିତୀୟ ଥର ପାଇଁ ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା

ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା

ଲଗାତାର ଦ୍ୱିତୀୟ ଥର ପାଇଁ ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ କେ ସୁରେଶଙ୍କୁ ପରାଜିତ କରି ବାଚସ୍ପତି ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଆଗାମୀ ୫ ବର୍ଷ ଆପଣ ଆମର ମାର୍ଗଦର୍ଶନ କରିବେ । ଆପଣଙ୍କୁ ବହୁତ ବଡ ଦାୟିତ୍ୱ ମିଳିଛି । ଲଗାତାର ଦ୍ୱିତୀୟ ଥର ପାଇଁ ବାଚସ୍ପତି ହୋଇଛନ୍ତି ।